ଭୁବନେଶ୍ୱର, (୦୭/୦୬) : ଆପ୍ର : ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଅଧୀନରେ ଅନୁବନ୍ଧିତ ଡାକ୍ତରଖାନାରେ ଭର୍ତ୍ତି ହେବାର ୩ ଦିନ ପୂର୍ବରୁ ସମସ୍ତ ପ୍ରକାର ପରୀକ୍ଷା ଆୟୁଷ୍ମାନ କାର୍ଡରେ ହେବ ।
ଏଥିସହ ଡାକ୍ତରଖାନାରୁ ଛାଡ଼ ପାଇବାର ୧୫ ଦିନ ଯାଏ କୌଣସି ପ୍ରକାର ଚିକିତ୍ସା, ପରାମର୍ଶ, ଔଷଧ, ପରୀକ୍ଷା ପାଇଁ ମଧ୍ୟ ଅର୍ଥ ଦେବାକୁ ପଡ଼ିବନାହିଁ। ସେହିପରି ଅେସ୍ତ୍ରାପଚାର ହୋଇଥିବା ରୋଗୀଙ୍କୁ ପରବର୍ତ୍ତୀ ଚିକିତ୍ସା ମଧ୍ୟ ଏହି ଯୋଜନାରେ ବିନା ମୂଲ୍ୟରେ ମିଳିବ । କୌଣସି ଅନୁବନ୍ଧିତ ଡାକ୍ତରଖାନା ଏହି ନିୟମ ବିରୋଧରେ ଯାଇ ରୋଗୀଙ୍କ ଠାରୁ ଅର୍ଥ ଦାବି କରିପାରିବେ ନାହିଁ । ଏହି ମର୍ମରେ ରାଜ୍ୟ ସ୍ବାସ୍ଥ୍ୟ ବୀମା ସମିତିର ସିଇଓ ଡା.

