Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ବ୍ଲକସ୍ତରୀୟ ଉଦ୍ୟାନ କୃଷି କର୍ମଶାଳା ଅନୁଷ୍ଠିତ

ବ୍ଲକସ୍ତରୀୟ ଉଦ୍ୟାନ କୃଷି କର୍ମଶାଳା ଅନୁଷ୍ଠିତ

ODISHA NEWS 4 hrs ago

ବଙ୍ଗୋମୁଣ୍ଡା, (୧୭/୧୧) : ଆପ୍ର : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକସ୍ତରୀୟ ଉଦ୍ୟାନ କୃଷି କର୍ମଶାଳା ବୁରୋବାହାଲ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । 

ଏହି କାର୍ଯ୍ୟକ୍ରମରେ ପ୍ରଥମେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫଟୋ ଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ କର୍ମଶାଳା ଆରମ୍ଭ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ତଥା ସିନ୍ଧେକେଲା ସମିତି ଭୋଳାନାଥ ବେହେରା, ସମ୍ମାନୀୟ ଅତିଥି ଭାବେ ସାଂସଦଙ୍କ ବଙ୍ଗୋମୁଣ୍ଡା ବ୍ଲକ ପ୍ରତିନିଧି ଅନିଲ ନାଏକ, ମୁଣ୍ଡପଦର ସରପଞ୍ଚ ରାଧାକାନ୍ତ ବେହେରା, ବଙ୍ଗୋମୁଣ୍ଡା ଉଦ୍ୟାନ ଅଧିକାରୀ ସୁନୀଲ ମାଝୀ, କ୍ଷେତ୍ର ଅଧିକାରୀ ସୁଶୀଲ ମେହେର, କର୍ମଚାରୀ କ୍ଷୀରଧର ଭୋଇ, ଶ୍ରମିକ ଶକ୍ତି ସଂଘର ପ୍ରୋଗ୍ରାମ ମ୍ୟାନେଜର ଗୁରୁଗୋବିନ୍ଦ ସିଂ ମାଝୀ ପ୍ରମୁଖ ଯୋଗ ଦେଇ ବିଭିନ୍ନ ରୋଗ ପୋକ ଓ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା କରାଯାଇଥିଲା ।

ଆଳୁ ଚାଷ, ପିଆଜ ଚାଷ, ଅଏଲ ପାମ ଚାଷ ଉପରେ ବୁଝାଇଥିଲେ । ଏଥିରେ ବହୁ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ସହ ବହୁ ଚାଷୀମାନେ ଉପସ୍ଥିତ ଥିଲେ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODISHA NEWS