Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଚାଉଳର ମିଲିଂ ୨ଗୁଣା ବୃଦ୍ଧି

ଚାଉଳର ମିଲିଂ ୨ଗୁଣା ବୃଦ୍ଧି

ODISHA NEWS 4 months ago

ଭୁବନେଶ୍ଵର, (୦୬/୦୬) : ଆପ୍ର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଚାଉଳର ମିଲିଂ ଖର୍ଚ୍ଚ ବୃଦ୍ଧି ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । 

ଚାଷୀମାନଙ୍କ ଠାରୁ ଧାନ ଯେପରି ସୁରୁଖୁରୁରେ ସଂଗ୍ରହ ହେବ ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ଉଷୁନା ଚାଉଳର ମିଲିଂ ଦର ବର୍ତ୍ତମାନ କ୍ୱିଣ୍ଟାଲ ପିଛା ୨୦ ଟଙ୍କା ଥିବା ବେଳେ ଏହାକୁ ୪୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଅରୁଆ ଚାଉଳର ମିଲିଂ ଦର କ୍ୱିଣ୍ଟାଲ ପିଛା ୧୦ ଟଙ୍କା ଥିବା ବେଳେ ଏହାକୁ ୨୦ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ୱାରା ମିଲର ମାନଙ୍କ ସମସ୍ୟା ଦୂର ହେବା ସହ ଚାଷୀ ମାନଙ୍କ ଠାରୁ ସୁରୁଖୁରରେ ଧାନ ସଂଗ୍ରହ ହୋଇପାରିବ ଏବଂ ରାଜ୍ୟର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ସୁଦୃଢ଼ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ସୂଚନାଯୋଗ୍ୟ ଯେ,ଗତ କିଛି ବର୍ଷ ମଧ୍ୟରେ ଶ୍ରମିକ ମଜୁରୀ,ପେଟ୍ରୋଲ ଓ ଅନ୍ୟାନ୍ୟ ମିଲିଂ ସାମଗ୍ରୀର ଦର ବୃଦ୍ଧି ହୋଇଥିବା ବେଳେ ଅନ୍ୟାନ୍ୟ ରାଜ୍ୟରେ ମିଲିଂ ଦର ଆମ ରାଜ୍ୟ ଠାରୁ ଯଥେଷ୍ଟ ଅଧିକ ରହିଛି । 

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODISHA NEWS