ରିପୋର୍ଟ : ଶୁଭଙ୍କର ଦାଶ ପୁରୁଷୋତ୍ତମପୁର, (୦୧/୦୨) : ପୁରୁଷୋତ୍ତମପୁର ସହରସ୍ଥିତ ତାରା ତାରିଣୀ ମହାବିଦ୍ୟାଳୟ ର ଉଦ୍ଭିଦ ବିଜ୍ଞାନ ବିଭାଗ ତରଫରୁ ସ୍ୱପରିସରରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମହାବିଦ୍ୟାଳୟ ପ୍ରଶାସନିକ ବିଭାଗ ମୁଖ୍ୟ ତଥା ଗୃହ ବିଜ୍ଞାନ ବିଭାଗ ମୁଖ୍ୟ ଡ଼. ସନ୍ଧ୍ୟାରାଣୀ ପାତ୍ର ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ସଭାପତିତ୍ବ କରିଥିଲେ ଏବଂ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ପ୍ରଦାନ କରିଥିଲେ। ସମ୍ମାନିତ ଅତିଥି ଭାବରେ ଶିକ୍ଷା ବିଭାଗ ମୁଖ୍ୟ ଶ୍ରୀଯୁକ୍ତ ମୀନକେତନ ନାହାକ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଶୃଙ୍ଖଳା ଜ୍ଞାନ ସମ୍ବନ୍ଧ ରେ ଆଲୋକପାତ କରିଥିଲେ। ଉଦ୍ଭିଦ ବିଜ୍ଞାନ ବିଭାଗ ମୁଖ୍ୟ ଶ୍ରୀଯୁକ୍ତ ଏନ୍.