Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ହାଇକୋର୍ଟରୁ ମିଳିଥିଲା ସର୍ତ୍ତମୂଳକ ଜାମିନ୍

ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ହାଇକୋର୍ଟରୁ ମିଳିଥିଲା ସର୍ତ୍ତମୂଳକ ଜାମିନ୍

ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା । ୧୦ ମାସ ପରେ ବ୍ରହ୍ମପୁର ଜେଲରୁ ବାହାରିଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ଗିରଫ ହୋଇଥିଲେ । ଗତକାଲି ବିକ୍ରମଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ୍ ମିଳିଥିଲା । ୨୦୨୫ ଅକ୍ଟୋବର ୬ ତାରିଖରେ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ହତ୍ୟା କରାଯାଇଥିଲା ।

ବିକ୍ରମ ପଣ୍ଡା ଜେଲରୁ ବାହାରିବା ପରେ ତାଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି ଜେଲ ବାହାରେ ଅପେକ୍ଷା କରିଥିବା ନେତା ଓ କର୍ମୀ ।

ଗଞ୍ଜାମ ଜିଲ୍ଲା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ବିଜେଡ଼ିର ତୁଙ୍ଗ ନେତା ଓ କର୍ମୀମାନେ ଜେଲ ବାହାରେ ବିକ୍ରମଙ୍କୁ ଫୁଲତୋଡ଼ା ଦେଇ ସ୍ବାଗତ କରିଛନ୍ତି । ଜେଲ ବାହାରେ ପୂର୍ବତନ ମନ୍ତ୍ରୀ ଦେବୀ ମିଶ୍ର, ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା, ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମା, ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ, ରାଜ୍ୟ ଯୁବ ବିଜେଡ଼ି ସଭାପତି ଚିନ୍ମୟ ସାହୁ, ଛାତ୍ର ବିଜେଡ଼ି ସଭାନେତ୍ରୀ ଇପ୍ସିତା ସାହୁଙ୍କ ସହ ବହୁ ପୂର୍ବତନ ବିଧାୟକ ସାଂସଦ ଉପସ୍ଥିତ ଥିଲେ । ଗତକାଲି ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ୍ ମିଳିଥିଲା ବିକ୍ରମଙ୍କୁ ।ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ଗିରଫ ହୋଇଥିଲେ ବିକ୍ରମ ପଣ୍ଡା ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Ama TV Khabar