Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
୮ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ଫର୍ମ ପୂରଣ

୮ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ଫର୍ମ ପୂରଣ

ଟକ,୬ା୫(କାର୍ତ୍ତିକ ସାହୁ): ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରି (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ପରୀକ୍ଷା ପାଇଁ ଫର୍ମ ପୂରଣ ଆସନ୍ତା ୮ ତାରିଖରୁ ଆରମ୍ଭ ହେବ। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅନ୍‌ଲାଇନ ଜରିଆରେ ବୋର୍ଡ ଓ୍ବେବ୍‌ସାଇଟ୍‌ www.bseodisha.ac.inରେ ଉପଲବ୍ଧ ଲିଙ୍କ୍‌ରେ ଫର୍ମ ପୂରଣ ଓ ଦେୟ ଦାଖଲ କରାଯାଇପାରିବ।

ଅନ୍‌ଲାଇନ ଫର୍ମ ପୂରଣର ସମସ୍ତ ତଥ୍ୟ ବୋର୍ଡ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି। ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀମାନେ ନିଜ ହାଇସ୍କୁଲର ମୁଖ୍ୟମାନଙ୍କ ଦ୍ୱାରା ଏବଂ ପତ୍ରମାଧ୍ୟମ ପରୀକ୍ଷାର୍ଥୀମାନେ ବୋର୍ଡର ଶାଖା କାର୍ଯ୍ୟାଳୟରେ ସହସମ୍ପାଦକଙ୍କ ଦ୍ୱାରା ଫର୍ମ ପୂରଣ କରିବେ। ଫର୍ମ ପୂରଣ ଓ ଦେୟ ଦାଖଲ ମେ' ୮ ତାରିଖ ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହୋଇ ମେ' ୧୮ ତାରିଖ ରାତ୍ର ୧୧.୪୫ ଯାଏ ଚାଲିବ ବୋଲି ବୋର୍ଡ ପକ୍ଷରୁ ମଙ୍ଗଳବାର ପ୍ରକାଶିତ ବିଜ୍ଞପ୍ତିରେ ବିଧିବଦ୍ଧ ଭାବେ ସୂଚନା ଦିଆଯାଇଛି। ସପ୍ଲିମେଣ୍ଟାରି ପରୀକ୍ଷା ଜୁଲାଇ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ।

Odisha's No.1 Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri