Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ରବିବାର ରାତିରେ ଅମରନାଥ ବିଶାଖାପାଟଣା ନିକଟସ୍ଥ ଆନନ୍ଦପୁରମ ଛକ ନିକଟରେ ସେ କାର୍‌ ଦୁର୍ଘଟଣାର ଶିକାର ହୋଇଥିଲେ।

ଦୂର୍ଘଟଣାରେ କାରଟି ସମ୍ପୂର୍ଣ୍ଣ ଜଳିଯାଇଥିଲା। ତାଙ୍କର ଆକସ୍ମିକ ବିୟୋଗରେ ଗୁଣପୁର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ତାଙ୍କ ଅମର ଆତ୍ମାର ସଦ୍ଗତି ନିମନ୍ତେ ବିଭିନ୍ନ ମହଲରୁ ଶୋକ ପ୍ରକାଶ କରାଯାଇଛି। ଗୁଣପୁର କଳିଙ୍ଗ ବୈଷ୍ୟ ସଂଘ ପକ୍ଷରୁ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଯାଇଛି।


Dharitri - Odisha's No.1 Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri