Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ହିନ୍ଦୀ ଶିକ୍ଷକ ରାଜେଶ ପାଇବେ ଦ୍ୱିତୀୟ ଥର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ହିନ୍ଦୀ ଶିକ୍ଷକ ରାଜେଶ ପାଇବେ ଦ୍ୱିତୀୟ ଥର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମାଲକାନଗିରି,୫।୧୧(ଗୌରିଶଙ୍କର ପଣ୍ଡା): ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ କୃଷୁୱାଡ଼ା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ହିନ୍ଦୀ ଶିକ୍ଷକ ରାଜେଶ କୁମାର ମେହେର ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ତୃତୀୟ ଭାଷା ବର୍ଗରେ ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ନିମନ୍ତେ ମନୋନୀତ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ସେ ଲଗାତାର ଦ୍ୱିତୀୟ ଥର ପାଇଁ ଏହି ପୁରସ୍କାର ପାଇବାକୁ ଯାଉଛନ୍ତି।

ଆସନ୍ତା ନଭେମ୍ବର ୧୦ ତାରିଖରେ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ରାଜେଶ ଜଣେ କର୍ତ୍ତବ୍ୟନିଷ୍ଠ ତଥା ଛାତ୍ରବତ୍ସଳ ଶିକ୍ଷକ ଭାବେ ମାଲକାନଗିରି ଜିଲାରେ ବେଶ୍‌ ପରିଚିତ। ହିନ୍ଦୀ ଶିକ୍ଷାଦାନ କ୍ଷେତ୍ରରେ ତାଙ୍କର ଦକ୍ଷତା ଓ ନିଆରା ଶିକ୍ଷାଦାନ ପଦ୍ଧତି ଛାତ୍ରୀଛାତ୍ରଙ୍କ ମଧ୍ୟରେ ହିନ୍ଦୀ ଭାଷା ପ୍ରତି ଆଗ୍ରହ ସୃଷ୍ଟି କରିବା ସହ ଏହି ବିଷୟକୁ ସହଜ, ସରଳ କରିପାରିଛି। ୨୦୨୫-୨୬ ଶିକ୍ଷାବର୍ଷରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ହିନ୍ଦୀ ବିଷୟରେ ୫ ଜଣ ଛାତ୍ରୀଛାତ୍ର ୯୦ ପ୍ରତିଶତରୁ ଅଧିକ ନମ୍ବର ରଖି ସଫଳତା ହାସଲ କରିଥିବା ବେଳେ ଅଧିକାଂଶ ଛାତ୍ରଛାତ୍ରୀ ୮୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିଲେ। ଏହି ସଫଳତା ପାଇଁ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସ୍ମୃତିକା ସୁକୁଲ ତାଙ୍କୁ ପ୍ରଶଂସା କରିବା ସହ ବିଦ୍ୟାଳୟର ଅନ୍ୟ ଶିକ୍ଷୟିତ୍ରୀ ଶିକ୍ଷକ ତଥା ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ ତାଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri