Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା...

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା...

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର ଭୋର ସମୟରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାର ଆଇସିୟୁ (ICU)ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।

ଘଟଣାରୁ ପ୍ରକାଶ ଯେ, ଗତ ମଙ୍ଗଳବାର ଭୋର ସମୟରେ କନକ ପରିସ୍ରା କରିବା ପାଇଁ ଘର ବାହାରକୁ ଯାଇଥିଲେ।

ପରିସ୍ରା ସାରି ଘର ଭିତରକୁ ଯିବା ପାଇଁ କବାଟ ଖୋଲୁଥିବା ସମୟରେ ଏକ ବିଷଧର ସାପ ତାଙ୍କ ଡାହାଣ ଗୋଡ଼କୁ ଚୋଟ ମାରିଥିଲା। ତାଙ୍କ ଚିତ୍କାର ଶୁଣି ପରିବାର ଲୋକେ ସେଠାରେ ପହଞ୍ଚି ସାପଟିକୁ ଦେଖିବାକୁ ପାଇଥିଲେ।

ପରିବାର ଲୋକେ ତୁରନ୍ତ ତାଙ୍କୁ ମୁମୂର୍ଷୁ ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଘରକୁ ନିଆଯାଇଥିଲା। ମାତ୍ର ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଦୁଇ ଦିନ ଧରି ଚିକିତ୍ସାଧୀନ ରହିବା ପରେ ଗୁରୁବାର ଭୋର ପ୍ରାୟ ୨ଟାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଏହି ଘଟଣା ନେଇ ମୃତକଙ୍କ ଭଣଜା ଏଚ୍. ଯୋଗୀ ରେଡ୍ଡୀ ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ ଆଇଆଇସି କିଶୋର କୁମାର ସାମଲଙ୍କ ନିର୍ଦ୍ଦେଶକ୍ରମେ ଅପମୃତ୍ୟୁ ମାମଲା ନଂ. ୪୧/୨୬ ରୁଜୁ କରାଯାଇଛି। ଖବର ପାଇ ଏଏସଆଇ ଦିଲ୍ଲୀପ ଗୋରଡ଼ା ବଡ଼ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗ୍ରାମ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି।


Dharitri - Odisha's No.1 Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri