Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକାଙ୍କୁ ଅପହରଣ କରିନେଇଥିଲେ ବୃଦ୍ଧ, ଏଇଠୁ ମିଳିଲା ପତ୍ତା

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକାଙ୍କୁ ଅପହରଣ କରିନେଇଥିଲେ ବୃଦ୍ଧ, ଏଇଠୁ ମିଳିଲା ପତ୍ତା

ଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ଉଦ୍ଧାର ହେଲେ ୭ ବର୍ଷୀୟା ନାବାଳିକା । ଗତ ଦୁଇ ଦିନ ପୂର୍ବରୁ କଟକ ଶିଖରପୁର ନିକଟସ୍ଥ ରେଳ ଷ୍ଟେଶନ ନିକଟରୁ ଅପହରଣ ହୋଇଥିଲେ । ତେବେ ଜଣେ ବୃଦ୍ଧ ନାବାଳିକାଙ୍କୁ ଅପହରଣ କରିବା ନେଇ ଅଭିଯୋଗ ହୋଇଥିଲା । କଟକ କମିଶନରେଟ ପୋଲିସର ୧୦ଟି ଟିମ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ । କଟକ ବାଲିକୁଦ ଅଞ୍ଚଳରୁ CWC ର ଟିମ ଏବଂ ପୋଲିସର ମିଳିତ ପ୍ରୟାସରେ ନାବାଳିକାଙ୍କୁ ଉଦ୍ଧାର କରାଯାଇଛି ।

ନବାଳିକାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସୁସ୍ଥ ରହିଥିବା CWC ଅଧ୍ୟକ୍ଷ କହିଛନ୍ତି ।

ନବାଳିକାଙ୍କୁ ଉଦ୍ଧର କରିବା ପରେ ତାଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଛି । ପୋଲିସ CWCକୁ ହସ୍ତାନ୍ତର କରିବା ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ପରିବାରକୁ ହସ୍ତାନ୍ତର କରାଯିବ ବୋଲି CWC ଅଧ୍ୟକ୍ଷ ମାନସ ରଞ୍ଜନ ବିଶ୍ୱାଳ କହିଛନ୍ତି ।


Dharitri - Odisha's No.1 Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri