Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି....

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି....

ଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ ଅତି ନିର୍ମମ ଭାବେ ପଥରରେ ଛେଚି ହତ୍ୟା କରାଯାଇଛି । ମୃତ ମହିଳା ଜଣଙ୍କଙ୍କ ନାମ ଫୁଲ କହର ବୋଲି ଜଣାପଡିଛି । ଏକ ବନ୍ଦ ଘରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି ।

ଫୁଲ ଦିନ ମଜୁରିଆ ଭାବେ କାର୍ଯ୍ୟ କରୁଥିବା ବେଳେ ତାଙ୍କୁ ପରିତ୍ୟକ୍ତ କୁଡ଼ିଆ ଘରେ ଅତି ନିର୍ମମ ଭାବେ ପଥରରେ ଛେଚି ହତ୍ୟା କରାଯାଇଛି। ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ କିଏ ଏବଂ କାହିଁକି ଏଭଳି କାଣ୍ଡ ଭିଆଇଲା ସେନେଇ ତଦନ୍ତ ଆରମ୍ଭ କରିଛି ପୋଲିସ ।


Dharitri - Odisha's No.1 Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri