Dailyhunt
ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା...

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା...

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ ହେଲେ ଲୋଚନ ମାଝୀ। ସୂଚନା ଅନୁସାରେ, ବୁଧବାର ସକାଳେ ଲୋଚନଙ୍କ ମୃତଦେହ ଘର ଭିତରେ ଝୁଲୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲା।

ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି। ଲୋଚନ ଗତ କିଛିଦିନ ହେଲା ମାନସିକ ଚାପରେ ରହୁଥିବା ପରିବାର ଓ ପଡ଼ୋଶୀ ଲୋକଙ୍କଠାରୁ ଶୁଣିବାକୁ ମିଳୁଛି। ତେବେ ମାନସିକ ଚାପରେ ଆସି ସେ ଏଭଳି ନିଷ୍ପତ୍ତି ନେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏ ନେଇ କୋକସରା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଛି।


Dharitri - Odisha's No.1 Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri