Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି। ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ଏହି ଅଘଟଣ ଘଟିଛି। ସେଣ୍ଟ୍ରିଂ ବେଳେ ଶ୍ବାସରୁଦ୍ଧ ହୋଇ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଜଣେ ଗୁରୁତରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ,କଳାହାଣ୍ଡିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟଣାରେ ସହାୟତା ଘୋଷଣା କରାଯାଇଛି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଲେଖାଏ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଘଟଣାରେ ଗଭୀର ଶୋକ ପ୍ରକାଶ ସହ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Dharitri - Odisha's No.1 Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri