Dailyhunt
ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ...

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ...

ଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ ଲାଠୋର ଥାନା ଅଧୀନ ଫୁଲଝର ଗ୍ରାମର ହେମନ୍ତ ଶବର(୫୫) ବୋଲି ଜଣାପଡ଼ିଛି। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ମୃତଦେହ ଖପ୍ରାଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା।

ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ବର୍ଗଙ୍କୁ ହସ୍ତାନ୍ତର କରି ପୋଲିସ ତଦନ୍ତ କରୁଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ଘଟଣାର ସତ୍ୟାସତ୍ୟ ଜଣାପଡ଼ିବ ବୋଲି ଥାନା ଅଧିକାରୀ ଅବିନାଶ ପ୍ରଧାନ କହିଛନ୍ତି।

ପୋଲ ତଳେ ଯେଉଁ ଭଳି ଭାବରେ ମୃତଦେହ ପଡ଼ିଥିବାର ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ ତାକୁ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ଏହା ଏକ ହତ୍ୟା ନା ଆତ୍ମହତ୍ୟା ଆଲୋଚନା ହେଉଥିବା ହେଉଥିବାବେଳେ ପୋଲିସ ମଧ୍ୟ ଦ୍ୱନ୍ଦ୍ୱରେ ପଡ଼ିଛି।


Dharitri -Odisha's No.1 Trusted Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri