Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ରାଜ୍ୟରେ ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ: ଜଣେ ମୃତ

ରାଜ୍ୟରେ ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ: ଜଣେ ମୃତ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଶନିବାର ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୭୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୪ ହଜାର ୧୫୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ପୁରୀ ଜିଲାରୁ ସର୍ବାଧିକ ୧୫ ଜଣ ଥିବା ବେଳେ ଅନୁଗୋଳରୁ ୧୨, ବାଲେଶ୍ୱରରୁ ୧୦, ବରଗଡ଼ରୁ ୧୩, ଭଦ୍ରକରୁ ଜଣେ, କଟକରୁ ୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ଜଣେ ଓ ଗଞ୍ଜାମରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୫, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୬, କୋରାପୁଟରୁ ୪, ମୟୂରଭଞ୍ଜରୁ ୩ ଆକ୍ରାନ୍ତ ରହିଛନ୍ତି।

ଅନ୍ୟପକ୍ଷରେ ନବରଙ୍ଗପୁରରୁ ୩, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୪, ସମ୍ବଲପୁରରୁ ୧୦ ଓ ସୁନ୍ଦରଗଡ଼ରୁ ୧୪ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ କରୋନା ଆଉ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୯୦୪କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକ ଖୋର୍ଦ୍ଧା ଜିଲାର।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri