Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବେ ଗଞ୍ଜାମ ଜିଲା କଳାକାର, ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲା ସାଂସ୍କୃତିକ କଳା

ତ୍ରପୁର,୧।୯(ଦିଲ୍ଲୀପ ସାମଲ) : ଜିଲା ଏବଂ ସମଗ୍ର ରାଜ୍ୟର ଗୌରବମୟ ଇତିହାସର ଆଦିବାସୀ ଏବଂ ଲୋକନୃତ୍ୟ ଉପସ୍ଥାପନାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମନ ମୋହିଥିଲେ ଗଞ୍ଜାମ ଜିଲାର ସାଂସ୍କୃତିକ କଳା। ଅଗଷ୍ଟ ୪ ଓ ୫ ତାରିଖରେ ଗଞ୍ଜାମ ଜିଲା ଗସ୍ତରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କଳାକାରଙ୍କ ଦ୍ଵାରା ପରିବେଷିତ ଲୋକନୃତ୍ୟ ଏବଂ ପାରମ୍ପରିକ ପ୍ରଦର୍ଶନୀରେ ବେଶ ପ୍ରସନ୍ନ ହୋଇ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନକୁ ନିମନ୍ତ୍ରଣ କରିଥିଲେ।

ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାପାଳ ଭି. କିର୍ତ୍ତୀଭାସନଙ୍କ ନେତୃତ୍ବରେ ଜିଲାରୁ ୯୧ ଜଣିଆ ସାଂସ୍କୃତିକ କଳାକାରମାନେ ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ସାକ୍ଷାତ କରିବା ପାଇଁ ରାଜଧାନୀ ନୂଆଦିଲ୍ଲୀରେ ଅଛନ୍ତି। ଏହି ସାକ୍ଷାତକୁ ନେଇ ସମସ୍ତଙ୍କ ମନରେ ଉତ୍ସାହ ଏବଂ ଉଲ୍ଲାସର ବାତାବରଣ ଖେଳିଯାଇଛି। ଗଞ୍ଜାମ ଜିଲା ପର୍ଯ୍ୟଟନ ଅଧିକାରୀ ପାର୍ଥ ସାରଥି ହାଁସଦା, ଜିଲା ସଂସ୍କୃତି ଅଧିକାରିଣୀ ଅଦିତି ଆଚାର୍ଯ୍ୟ, ଛତ୍ରପୁର ଅତିରିକ୍ତ ତହସିଲଦାର ଉପସ୍ଥିତ ରହିଛନ୍ତି ।


Dharitri - Odisha's No.1 Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri