Dailyhunt
ଶୋଇଥିବା ବେଳେ ମହିଳାଙ୍କୁ କାମୁଡିଦେଲା ସାପ, ତାପରେ....

ଶୋଇଥିବା ବେଳେ ମହିଳାଙ୍କୁ କାମୁଡିଦେଲା ସାପ, ତାପରେ....

ତ୍ରପୁର,୩ା୫(ଦିଲ୍ଲୀପ ସାମଲ) : ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସିନ୍ଦିରାପଲ୍ଲୀ ଗ୍ରାମର ସାବିତ୍ରୀ ପ୍ରଧାନ (୪୫) ।

ଖବର ଅନୁସାରେ, ସାବିତ୍ରୀ ନିଜ ଘରେ ଶୋଇଥିବା ସମୟରେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡି ଦେଇଥିଲା । ପରିବାର ଲୋକ ତାଙ୍କୁ ଉଦ୍ଧାର କରି ପ୍ରଥମେ ଛତ୍ରପୁର ଓ ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ନେଇଥିଲେ ।

ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ଚମାଖଣ୍ଡି ସରପଞ୍ଚ ସି. ଏଚ. ମନୋଜ ରେଡ୍ଡୀ ସୂଚନା ଦେଇଛନ୍ତି ।

Dharitri - Odisha's No.1 Odia Daily

Dailyhunt
Disclaimer: This content has not been generated, created or edited by Dailyhunt. Publisher: Dharitri