Wednesday, 30 Dec, 11.32 am Emerging Odisha

ଦେଶ ଓ ବିଦେଶ
ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର: ଶ୍ରୀନଗରର ଲାଭାପୋରା ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଏକନାଉଣ୍ଟର ଘଟିଛି । ମଙ୍ଗଳବାର ଆରମ୍ଭ ହୋଇଥିବା ଏହି ଗୁଳିବିନିମୟ ବୁଧବାର ମଧ୍ୟ ଜାରି ରହିଛି । ଏଥିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି ।

ଲାଭାପୋରା ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ମିଳିଥିଲା । ଫଳରେ ସୁରକ୍ଷାକର୍ମୀଙ୍କ ମିଳିତ ଟିମ୍‌ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଥିଲା। ଏହି ସମୟରେ ଏକ କୋଠାରେ ୨ ଆତଙ୍କବାଦୀ ଲୁଚି ରହିଥିବା ଜଣାପଡ଼ିଥିଲା। ସୁରକ୍ଷାକର୍ମୀମାନେ ସେମାନଙ୍କୁ ଘେରି ଯିବାର ଦେଖି ଆତଙ୍କବାଦୀମାନେ ଗୁଳି ଚାଲାଣ କରିଥିଲେ । ଏନେଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳିବିନିମୟ ଆରମ୍ଭ ହୋଇଥିଲା। ଏଥିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲା।

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: Emerging Odisha
Top