

ଭୁବନେଶ୍ୱର, ୩ ମଇ (ହି.ସ.)- ୪ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା କୁଆପଥରଝଡ଼ ନେଇ ୪ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ରାୟଗଡ଼ା)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

