Dailyhunt

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୩ ମଇ (ହି.ସ.)- ମଇ ୩ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya