Dailyhunt
ଓଡିଆ ପକ୍ଷ ପାଳନ ଅବସରରେ ରକ୍ତଦାନ ଶିବିର

ଓଡିଆ ପକ୍ଷ ପାଳନ ଅବସରରେ ରକ୍ତଦାନ ଶିବିର

ଜୟପୁର, ୦୮ ଏପ୍ରିଲ୍ (ହି.ସ.) - ଓଡିଆ ପକ୍ଷ ପାଳନ ଅବସରରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ସମୁଦାୟ ୨୨୨ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିବା ଜଣାପଡିଛି। କୋରାପୁଟ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଆୟୋଜିତ ରକ୍ତଦାନ ଶିବିରରେ ଅଧିକ୍ଷକ ପ୍ରଫେସର ଡାକ୍ତର ସୁଶାନ୍ତ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ।

ସେହିପରି କୋରାପୁଟ ସରକାରୀ ଡିଏଭି ସରକାରୀ କଲେଜରେ ଆୟୋଜିତ ରକ୍ତଦାନ ଶିବିରରେ ଅଧ୍ୟକ୍ଷ ଦୀପକ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। କୋରାପୁଟ ହସପିଟାଲର ବ୍ଲଡ ବ୍ୟାଙ୍କ ଅଧିକାରୀ ଏବଂ କର୍ମଚାରୀ ମାନେ ଯୋଗଦେଇ ରକ୍ତ ସଂଗ୍ରହ ପରିଚାଳନାରେ ସହଯୋଗ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ପିକେପି

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya