Dailyhunt Logo
  • Light mode
    Follow system
    Dark mode
    • Play Story
    • App Story

ଓୟୁଏଟି ପିଜି ଓ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ଘୋଷଣା

- ପିଜି ଛାତ୍ରଛାତ୍ରୀ ପାଇବେ ମାସିକ ୧୦ହଜାର ଓ ପିଏଚ୍.ଡି ଗବେଷକ ପାଇବେ ମାସିକ ୧୫ ହଜାର

ଭୁବନେଶ୍ୱର, ୦୩ ଅଗଷ୍ଟ (ହି.ସ)- ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଆଗକୁ ନେବା ପାଇଁ ଓଡ଼ିଶା ସରକାରଙ୍କ କୃଷି ବିଭାଗ ଏକ ବଡ଼ ନିଷ୍ପତି ନେଇଛନ୍ତି। ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ପିଜି ଏବଂ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ମାସିକ ଭତା ଘୋଷଣା କରାଯାଇଛି।

ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ବିଶେଷ ପ୍ରଚେଷ୍ଟା ଯୋଗୁଁ ସରକାର ଏହି ଭତା ପ୍ରଦାନ କରିବାକୁ ନିଷ୍ପତି ନେଇଛନ୍ତି, ଯାହାଦ୍ୱାରା ଗବେଷକମାନଙ୍କୁ ବଡ଼ ସହାୟତା ମିଳିବ।ପିଜି ଛାତ୍ରଛାତ୍ରୀଙ୍କୁ ୨ ବର୍ଷର କୃଷି ଓ ଆନୁଷଙ୍ଗିକ କୋର୍ସ ପାଇଁ ମାସକୁ ୧୦,୦୦୦ ଟଙ୍କା ମିଳିବ ଏବଂ ପିଏଚ୍.ଡି ଗବେଷକଙ୍କୁ ୩ ବର୍ଷ ପର୍ଯ୍ୟନ୍ତ ମାସକୁ ୧୫,୦୦୦ ଟଙ୍କା ମିଳିବ। ଏହି ସହାୟତାର ମୂଳ ଲକ୍ଷ୍ୟ ହେଉଛି ଉତମ ଗବେଷଣାକୁ ପ୍ରୋତ୍ସାହନ ଦେବା ଏବଂ ଓଡ଼ିଶାର ମେଧାବୀ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା।ଆମ ଯୁବ ଗବେଷକଙ୍କ ପାଇଁ ଖର୍ଚ୍ଚ କରିବା ମାନେ ଓଡ଼ିଶାର ଚାଷୀମାନଙ୍କ ଭବିଷ୍ୟତକୁ ସୁରକ୍ଷିତ କରିବା। ଏହି ଟଙ୍କା ଦ୍ୱାରା ଆମର ଛାତ୍ରଛାତ୍ରୀମାନେ ବିନା ଆର୍ôଥକ ଚିନ୍ତାରେ ନୂଆ ଉଦ୍ଭାବନ ଓ ଗବେଷଣା ଉପରେ ଧ୍ୟାନ ଦେଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ମତବ୍ୟକ୍ତ କରିଛନ୍ତି।

ଏହି ସୁବିଧା ଓୟୁଏଟିର କୃଷି ଓ ଆନୁଷଙ୍ଗିକ ବିଷୟରେ ପଢ଼ୁଥିବା ନିୟମିତ ପିଜି ଏବଂ ପିଏଚ୍.ଡି ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହେବ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya