Dailyhunt Logo
  • Light mode
    Follow system
    Dark mode
    • Play Story
    • App Story

ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟମାନେ

ଭୁବନେଶ୍ୱର, 05 ଅଗଷ୍ଟ (ହି.ସ.)- ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜନ୍ମ ଜୟନ୍ତୀ ଅବସରରେ

ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ,

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ଓଡ଼ିଆ

ଭାଷା ଆନ୍ଦୋଳନର ଅନ୍ୟତମ ପୁରୋଧା, ସତ୍ୟବାଦୀ ବନବିଦ୍ୟାଳୟର ପଞ୍ଚସଖାଙ୍କ ମଧ୍ୟରୁ ଅନ୍ୟତମ, ମହାନ୍ ସାହିତ୍ୟିକ

ତଥା ଯୁଗସ୍ରଷ୍ଟା ପଦ୍ମଭୂଷଣ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ଅମର

ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି। ଓଡ଼ିଆ ସାହିତ୍ୟ, ସଂସ୍କୃତି ତଥା

ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଯୋଗଦାନ ଚିରସ୍ମରଣୀୟ।

ସେହିପରି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ବିଶିଷ୍ଟ

ସ୍ଵାଧୀନତା ସଂଗ୍ରାମୀ, ସାରସ୍ୱତ ସାଧକ

ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀରେ ବିନମ୍ର ପ୍ରଣାମ ଜଣାଉଛି। ଓଡ଼ିଆ ଭାଷା ସାହିତ୍ୟକୁ

ସମୃଦ୍ଧ କରିବାରେ ତାଙ୍କର ଅବଦାନ ଚିରସ୍ମରଣୀୟ।

ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ବିରୋଧୀ ଦଳ ନେତା

ନବୀନ ପଟ୍ଟନାୟକ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ମହାନ ସାରସ୍ୱତ ସାଧକ

ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ସମାଜସଂସ୍କାର ସହ ଶିକ୍ଷା

ତଥା ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିବାରେ ତାଙ୍କର ଅତୁଳନୀୟ ଅବଦାନ ସର୍ବଦା

ପ୍ରେରଣାଦାୟୀ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya