Dailyhunt Logo
  • Light mode
    Follow system
    Dark mode
    • Play Story
    • App Story

ରାଷ୍ଟ୍ରପତିଙ୍କ ଗଞ୍ଜାମ ଜିଲ୍ଲା ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ

ଞ୍ଜାମ, ୨ ଅଗଷ୍ଟ (ହି.ସ.)- ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୈ।ପଦୀ ମୂର୍ମୁ ଆସନ୍ତା ୪ ତାରିଖରେ ଦୁଇ ଦିନିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସୁଥିବାରୁ ଜିଲ୍ଲା ପ୍ରଶାସନ, ଜିଲ୍ଲା ପୁଲିସ ବିଭାଗ ଓ ବ୍ରହ୍ମପୁର ରେଳଷ୍ଟେସନ କର୍ତୃପକ୍ଷ ସମସ୍ତ ପ୍ରକାର ପ୍ରସ୍ତୁତି କାର୍ଯ୍ୟ ଶେଷ କରିଛନ୍ତି । ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ରାଷ୍ଟ୍ରପତି ପୂର୍ବାହ୍ନ ଏଗାରଟା ୧୦ ମିନଟରେ ଟ୍ରେନ ଯୋଗେ ବ୍ରହ୍ମପୁର ରେଳଷ୍ଟେସନରେ ପହଞ୍ଚିଵେ।

ସେଠାରୁ ସଡ଼କ ପଥରେ ତପ୍ତପାଣି ଅଭିମୁଖେ ଯାତ୍ରା କରିବେ। ଅପରାହ୍ନ ପ୍ରାୟ ତିନିଟା ଦଶ ମିନିଟରେ ମା କନ୍ଧୁଣୀ ଦେବୀଙ୍କ ଦର୍ଶନ କରିବେ। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ ସୂଚନା ଦେଇଛନ୍ତି।

ହିନ୍ଦୁସ୍ଥାନ ସମାଚାର / ହୃଷୀକେଶ

Dailyhunt
Disclaimer: This content has not been generated, created or edited by Dailyhunt. Publisher: Hindusthan Samachar Odiya