Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବରରେ ପହଂଚିଛନ୍ତି । ବାୟୁସେନାର ସ୍ବତନ୍ତ୍ର ବିମାନରେ ସେ ଆସି ପହଂଚିଛନ୍ତି , ଏଥିସହ ସେ ଆଜି ସନ୍ଧ୍ୟାରେ କଟକଠାରେ ଅବସ୍ଥିତ ଜଗଦ୍‌ଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟର ଆନୁଷ୍ଠାନିକ ଉଦ୍‌ଘାଟନ କରିବେ। ଭୁବନେଶ୍ବରରେ ୪୦ପ୍ଲାଟୁନ ଓ କଟକରେ ୧୭ ପ୍ଲାଟୁନ ଫୋର୍ସ ନିୟୋଜିତ ହୋଇଛନ୍ତି ।

କଟକ କାର୍ଯ୍ୟକ୍ରମ ପରେ ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୪ ତାରିଖ ସକାଳେ ରାଷ୍ଟ୍ରପତି ଭୁବନେଶ୍ୱର ରେଳ ଷ୍ଟେଶନରୁ ଟ୍ରେନରେ ବ୍ରହ୍ମପୁରରେ ପହଞ୍ଚିବା ପରେ ସଡ଼କପଥରେ ଗଞ୍ଜାମ ଜିଲାର ତପ୍ତପାଣି ଯାଇ ମା' କନ୍ଧୁଣୀଦେବୀ ପୀଠରେ ଦର୍ଶନ, ଆଳତି ଏବଂ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦେବେ। ଆର୍ମି ଏୟାର ଡିଫେନ୍ସ କଲେଜରେ ରାତ୍ର ରହଣି ସହ ବ୍ରହ୍ମପୁର-ଗୋପାଳପୁରସ୍ଥିତ ଧବଳେଶ୍ୱର ମନ୍ଦିର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ବ୍ରହ୍ମପୁର ରେଳ ଷ୍ଟେସନକୁ ହାଇ ଆଲର୍ଟ ଘୋଷଣା କରାଯାଇଛି । ୫ ତାରିଖରେ ରାଷ୍ଟ୍ରପତି ଟ୍ରେନ ଯୋଗେ ଭୁବନେଶ୍ୱର ଫେରିବା ପରେ ସ୍ବତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: HRTV Odia