Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ

ଯୁବତୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ

ଢେଙ୍କାନାଳ ଜିଲ୍ଲା ଭାପୁର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ଏକ ଘଟଣା। ଜଣେ ୨୩ ବର୍ଷୀୟା ମହିଳା ଗତ ସୋମବାର ନିକଟସ୍ଥ ସାପୁଆ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଏକୁଟିଆ ଦେଖି ଜଣେ ଦୁବୃର୍ତ୍ତ ତାଙ୍କୁ ଦୁଷ୍କର୍ମ କରିବା ପରେ ଅତି ନିର୍ମମ ଭାବରେ ମୁହଁକୁ ହାଣି ଦେଇଥିଲା । ଯୁବତୀଙ୍କ ପରିବାର ଲୋକେ ଏକ ଟ୍ରଲି ଯୋଗେ ଭାପୁର ମେଡିକାଲକୁ ତାଙ୍କୁ ଆଣିଥିଲେ।

ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ପ୍ରଥମେ ଢେଙ୍କାନାଳ ଓ ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ପରେ ପରିବାର ପକ୍ଷରୁ ଏନେଇ ଭାପୁର ଫାଣ୍ଡିରେ ଲିଖିତ ଅଭିଯୋଗ ହୋଇଛି । ସଦର ଥାନା ଅଧିକାରୀ ଓ ସଦର ଏସ୍ ଡିପିଓ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।ଅନ୍ୟପଟେ ଯୁବତୀଙ୍କୁ ଟ୍ରଲିରେ ନେବା ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: HRTV Odia