Friday, 07 May, 6.17 pm Indo Kaling Times

ଓଡ଼ିଆ
ରାଜ୍ୟ/କେନ୍ଦ୍ରଶାସିତ ଅଂଚଳଗୁଡ଼ିକ ନିକଟରେ ୮୯ ଲକ୍ଷରୁ ଅଧିକ ଡୋଜ ଉପଲବ୍ଧ ରହିଛି ଯାହା ଲୋକମାନଙ୍କୁ ଦିଆଯିବ

ନୂଆଦିଲ୍ଲୀ,ଭାରତ ସରକାର ଏକ 'ସମ୍ପୂର୍ଣ୍ଣ ସରକାର' ଦୃଷ୍ଟିକୋଣ ମାଧ୍ୟମରେ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳଗୁଡ଼ିକ ସହ ମିଶି କୋଭିଡ-୧୯ ମହାମାରୀ ବିରୋଧୀ ଲଢ଼େଇରେ ଅଗ୍ରଗାମୀ ରହିଛନ୍ତି । ମହାମାରୀର ନିୟନ୍ତ୍ରଣ ଏବଂ ମୁକାବିଲା ପାଇଁ ଟେଷ୍ଟ, ଟ୍ରାକ, ଟ୍ରିଟ ଏବଂ କୋଭିଡ କୈନ୍ଦ୍ରିକ ବ୍ୟବହାର ବ୍ୟତୀତ, ଏବେ ଟିକାକରଣ ଭାରତ ସରକାରଙ୍କ ପାଂଚ ସୂତ୍ରୀ ରଣନୀତିର ଏକ ଅଭିନ୍ନ ଅଙ୍ଗ ପାଲଟିଛି ।୨୦୨୧ ମେ ୧ରୁ କୋଭିଡ-୧୯ ଟିକାକରଣର ଉଦାର ତଥା ତ୍ୱରିତ ପର୍ଯ୍ୟାୟ ୩ ରଣନୀତିର କାର୍ଯ୍ୟାନ୍ୱୟନ ଆରମ୍ଭ ହୋଇଯାଇଛି । ଏପ୍ରିଲ ୨୮ ତାରିଖରୁ କୋଭିଡ ଟିକାକରଣ ପାଇଁ ନୂଆ ଯୋଗ୍ୟ ହିତାଧିକାରୀ ଗୋଷ୍ଠୀଙ୍କର ପଞ୍ଜୀକରଣ ଆରମ୍ଭ ହୋଇଛି । ହିତାଧିକାରୀମାନେ ସିଧାସଳଖ ଭାବେ କୋୱିନ ପୋର୍ଟାଲ ଅଥବା ଆରୋଗ୍ୟ ସେତୁ ଆପ ଜରିଆରେ ପଂଜୀକରଣ କରାଇ ପାରିବେ ।

ଭାରତ ସରକାର ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟ/କେନ୍ଦ୍ରଶାସିତ ଅଂଚଳଗୁଡ଼ିକୁ ମାଗଣାରେ ପାଖାପାଖି ୧୭.୧୫ କୋଟି (୧୭,୧୫,୪୨,୪୧୦) ଟିକା ଡୋଜ ପ୍ରଦାନ କରିସାରିଲେଣି । ତନ୍ମଧ୍ୟରୁ, ନଷ୍ଟ ହୋଇଥିବା ଡୋଜକୁ ମିଶାଇ ମୋଟ ବ୍ୟବହୃତ ଡୋଜ ସଂଖ୍ୟା ୧୬,୨୬,୧୦,୯୦୫ ହୋଇଛି (ଆଜି ସକାଳ ୮ଟାରେ ଉପଲବ୍ଧ ତଥ୍ୟ ଅନୁସାରେ) ।

ବର୍ତ୍ତମାନ ରାଜ୍ୟ/କେନ୍ଦ୍ରଶାସିତ ଅଂଚଳଗୁଡ଼ିକ ନିକଟରେ ୮୯ ଲକ୍ଷରୁ ଅଧିକ କୋଭିଡ ଟିକା ଡୋଜ (୮୯,୩୧,୫୦୫) ଉପଲବ୍ଧ ରହିଛି ଯାହା ଲୋକମାନଙ୍କୁ ଦିଆଯିବ । ନକାରାତ୍ମକ ସନ୍ତୁଳନ ଥିବା ରାଜ୍ୟ ସେମାନଙ୍କୁ ଯୋଗାଣ ହୋଇଥିବା ଟିକା ଠାରୁ ଅଧିକ ବ୍ୟବହାର (ନଷ୍ଟ ସହିତ) କରୁଥିବା ଦେଖିବାକୁ ମିଳୁଛି କାରଣ ସେମାନେ ସଶସ୍ତ୍ର ବଳକୁ ଯୋଗାଇଥିବା ଟିକାକୁ ଏହା ସହିତ ମେଳ ଖୁଆଇ ନାହାନ୍ତି ।ଅଧିକନ୍ତୁ, ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟ/କେନ୍ଦ୍ରଶାସିତ ଅଂଚଳଗୁଡ଼ିକ ଦ୍ୱାରା ୨୮ ଲକ୍ଷରୁ ଅଧିକ (୨୮,୯୦,୩୬୦) ଅତିରିକ୍ତ ଟିକା ଡୋଜ ଗ୍ରହଣ କରାଯିବ ।

40183

SHARES

Share on Facebook Tweet Follow us Share Share Share Share Share

40183

SHARES

Share on Facebook Tweet Follow us Share Share Share Share Share

Share on Facebook

Tweet

Follow us

Share

Share

Share

Share

Share

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: Indo Kaling Times
Top