Saturday, 23 Jan, 11.25 pm JIT THE JOURNO

Posts
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଖାନନଗର ଠାରେ କଟକ ନେତାଜୀ ବସ୍‌ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି

 ନେତାଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଳନର ଅଂଶସ୍ୱରୂପ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଖାନନଗର ଠାରେ କଟକ ନେତାଜୀ ବସ୍‌ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ନେତାଜୀ ଏହି କଟକ ମାଟିର ପୁଅ  ।

ଏହି କଟକରେ ଜନ୍ମ ନେଇ ବଡ ହୋଇଥିଲେ  । ଏହି କଟକ ମାଟି ତାଙ୍କୁ ସେବା ଓ ସଂଗ୍ରାମର ମନ୍ତ୍ରରେ ଦୀକ୍ଷିତ କରିଥିଲା  । ତେଣୁ ନେତାଜୀଙ୍କ ୧୨୫ତମ ଜନ୍ମବାର୍ଷିକୀ ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଭାବରେ ବର୍ଷ ବ୍ୟାପୀ କାର୍ଯ୍ୟକ୍ରମ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ  ।  କଟକ ନେତାଜୀ ବସ୍‌ ଟର୍ମିନାଲକୁ ଦେଶର ଏକ ମଡେଲ ବସ୍‌ ଟର୍ମିନାଲ ଭାବରେ ଗଢାଯିବ  ।
 ରାଜ୍ୟ ସରକାରଙ୍କର ୫-ଟି କାର୍ଯ୍ୟକ୍ରମ ଅଧୀନରେ ହେବାକୁ ଯାଉଥିବା ଏହି ନୂତନ ବସ୍‌ ଟର୍ମିନାଲରେ ଅତ୍ୟାଧୁନିକ ସୁବିଧା ସୁଯୋଗ ରହିବ  । ଏଥିରେ ୧୧,୦୦୦ ବର୍ଗମିଟର ନିର୍ମିତ ଅଞ୍ଚଳରେ ୧୮୦ଟି ବସ୍‌ ରହିପାରିବ  ।

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: JIT THE JOURNO
Top