Sunday, 20 Sep, 7.28 am K NEWS

ହୋମ
ଆଜିଠୁ ତିନି ଦିନ ଯାଏଁ ପ୍ରବଳ ବର୍ଷା, ୧୦ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ଆଜିଠୁ ତିନି ଦିନ ଛେଚିବ ବର୍ଷା। ଉତ୍ତରପୂର୍ବ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର। ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବ। ପ୍ରଭାବରେ ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ସ୍ଥାନେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ମାଲକାନଗିରି, କୋରାପୁଟ, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି। ସେହିପରି ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା ସମେତ ୧୦ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

୨୧ ତାରଖରେ ୧୦ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଦେଓଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନଗୁଳ, ନୂଆପଡ଼ା, ବଲାଙ୍ଗୀର ଓ ସୋନପୁର ଜିଲ୍ଲାକୁ ରହିଛି ଅରେଞ୍ଜ ଓ୍ଵାର୍ଣ୍ଣିଂ। ୬ଟି ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ବର୍ଷା ମୁକାବିଲା ପାଇଁ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ କହିଛନ୍ତି ଏସଆରସି । ଧୀବରମାନଙ୍କ ପାଇଁ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରାଯାଇଛି ।

Dailyhunt
Disclaimer: This story is auto-aggregated by a computer program and has not been created or edited by Dailyhunt. Publisher: Knews Odisha
Top