Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ବଙ୍ଗୋପସାଗରରେ ଅବପାତ ସକ୍ରିୟ, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ଅବପାତ ସକ୍ରିୟ, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

K NEWS 2 weeks ago

ଭୁବନେଶ୍ବର: ବଙ୍ଗୋପସାଗରରେ ସକ୍ରିୟ ରହିଛି ସୃଷ୍ଟି ହୋଇଥିବା ଅବପାତ । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଏହାର କେନ୍ଦ୍ରସ୍ଥଳ ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରୁ ପ୍ରାୟ ୫୦ କିମି ଏବଂ ଚାନ୍ଦବାଲିର ଉତ୍ତରପୂର୍ବ ଦିଗରୁ ପ୍ରାୟ ୬୦ କିମି ଦୂରରେ ରହିଛି। ଏହି ଲଘୁଚାପ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଅଛି ।

ଏହା ମୁଖ୍ୟତଃ ଚାନ୍ଦବାଲି ଏବଂ ଦିଘା ମଧ୍ୟରେ ବାଲେଶ୍ୱର ନିକଟବର୍ତ୍ତୀ ଅଞ୍ଚଳ ଦେଇ ସ୍ଥଳଭାଗରେ ପ୍ରବେଶ କରିବ । ଏହି ଅବପାତ ଯୋଗୁଁ ଉପକୂଳବର୍ତ୍ତୀ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ପବନର ବେଗ ବୃଦ୍ଧି ପାଇବା ସହ ସମୁଦ୍ର ଅଶାନ୍ତ ରହିବ ।

ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ଅନୁଗୋଳ, ବୌଦ୍ଧ, ସୋନପୁର ଏବଂ କନ୍ଧମାଳ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି । ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଢେଙ୍କାନାଳ, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ସେହିପରି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପ୍ରବଳ ବର୍ଷା ଯୋଗୁଁ ସହରାଞ୍ଚଳରେ ଜଳବନ୍ଦୀ ସମସ୍ୟା, ରାସ୍ତାଘାଟ ବୁଡ଼ି ଯିବା ଏବଂ ଚାଷ ଜମି ନଷ୍ଟ ହେବା ଆଶଙ୍କା ରହିଛି । ତେଣୁ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ୬ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ଗତ ୨୪ ଘଣ୍ଟାରେ କନ୍ଧମାଳ ଖଜୁରୀପଡ଼ାରେ ସର୍ବାଧିକ୨୭୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ବଲାଙ୍ଗିର ତୁରେଇକେଲାରେ ୨୬୪ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Knews Odisha