Dailyhunt
ଚମକିଲା ସୁନା ଓ ରୁପା, ଦେଢ ଲକ୍ଷ ପାର୍ କଲା ଦାମ୍

ଚମକିଲା ସୁନା ଓ ରୁପା, ଦେଢ ଲକ୍ଷ ପାର୍ କଲା ଦାମ୍

K NEWS 2 days ago

ଭୁବନେଶ୍ବର: ଚମକିଲା ସୁନା । ପାଖାପାଖି ୪ହଜାର ବଢ଼ିଲା ସୁନା ଦର । ପଶ୍ଚିମ ଏସିଆ ଅସ୍ଥିରତା ଭିତରେ କ୍ରମାଗତ ହ୍ରାସ ପରେ ଆଜି ସୁନା ଦର ବଢ଼ିଛି । ୨୪ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୩ହଜାର ୯୮୦ ଟଙ୍କା ବଢ଼ି ୧ଲକ୍ଷ ୫୩ ହଜାର ୮୨୦ ଟଙ୍କାରେ ପହଞ୍ଚିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୩ହଜାର ୬୫୦ ଟଙ୍କା ବଢ଼ି ହୋଇଛି ୧ଲକ୍ଷ ୪୧ହଜାର ଟଙ୍କା ।

ସୁନା ପରି ରୁପା ମଧ୍ୟ ବଢ଼ିଛି । ବର୍ତ୍ତମାନ ରୁପା ଦର ଏକ କେଜି ପିଛା ୧୦ ହଜାର ବଢ଼ି ହୋଇଛି ୨ ଲକ୍ଷ ୬୫ ହଜାର ଟଙ୍କା । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୩,୮୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୧,୦୦୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୩,୮୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୧,୦୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୫୩,୮୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୪୧,୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୫୩,୯୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୪୧,୧୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୪,୯୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୨,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୩,୮୨୦ ୧,୪୧,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୦,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Knews Odisha