Dailyhunt
ଏପ୍ରିଲରେ ଢାଳିବ, ମେ'ରେ ଜାଳିବ: ଆଜି ବିଜୁଳି ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଏପ୍ରିଲରେ ଢାଳିବ, ମେ'ରେ ଜାଳିବ: ଆଜି ବିଜୁଳି ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

K NEWS 1 week ago

ଭୁବନେଶ୍ୱର: ଏପ୍ରିଲରେ ଢାଳିବ, ମେ'ରେ ଜାଳିବ । ଆଜି ବିଜୁଳି ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଝଟକା ବର୍ଷା ପବନ ସହ କୁଆ ପଥର ବର୍ଷାହେବାର ସମ୍ଭାବନା ରହିଛି । ଏଥିସହ ବିଜୁଳି ଘଡ଼ଘଡ଼ି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।

୧୦ ତାରିଖ ଯାଏ କାଳବୈଶାଖୀ ଆଶଙ୍କା ରହିଛି । ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ବର୍ଷା ସମ୍ଭାବନା ରହିଛି । ଏପ୍ରିଲରେ ବର୍ଷା ସ୍ୱାଭାବିକ ଠାରୁ ଅଧିକ ରହିବାକୁ ଥିବାବେଳେ ସର୍ବାଧିକ ତାପମାତ୍ରା ସ୍ୱାଭାବିକ ଠାରୁ କମ ରହିପାରେ । ମେ' ରେ ସର୍ବାଧିକ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବାକୁ ଥିବାବେଳେ କମ ବର୍ଷା ସମ୍ଭାବନା ରହିଛି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Knews Odisha