Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
Gold Silver Price: ସ୍ଥିର ରହିଛି ସୁନା ଓ ରୁପା ଦାମ୍, ଜାଣନ୍ତୁ ଆଜିର ଦର କେତେ

Gold Silver Price: ସ୍ଥିର ରହିଛି ସୁନା ଓ ରୁପା ଦାମ୍, ଜାଣନ୍ତୁ ଆଜିର ଦର କେତେ

K NEWS 1 week ago

ଭୁବନେଶ୍ୱର: ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୪,୨୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୨,୨୦୦ ଟଙ୍କା ଛୁଇଁଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୪,୨୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୨,୨୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୪,୨୨୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୩୨,୨୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୪,୩୭୦ ଟଙ୍କା ଓ ୨୨ କ୍ୟାରଟେ ୧,୩୨,୨୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୪,୬୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୨,୫୬୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୪,୨୨୦ ଓ ୨୨ କ୍ୟାରେଟ ମୂଲ୍ୟ ୧,୩୨,୨୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୫,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ -

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ । ସୁନାର ଲାଇସନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷପେ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Knews Odisha