Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଅଗଷ୍ଟ ଓ ସେପ୍ଟେମ୍ବରରେ ଓଡ଼ିଶାରେ କମ ବର୍ଷା ସମ୍ଭାବନା

ଅଗଷ୍ଟ ଓ ସେପ୍ଟେମ୍ବରରେ ଓଡ଼ିଶାରେ କମ ବର୍ଷା ସମ୍ଭାବନା

Madhulekha 1 week ago

ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ (ଆଇଏମଡି) ଜାରି କରିଥିବା ମୌସୁମୀର ଆଗାମୀ ଦୁଇ ମାସିଆ ପୂର୍ବାନୁମାନ କହୁଛି, ଅଗଷ୍ଟ ଓ ସେପ୍ଟେମ୍ବର ମାସରେ ଓଡ଼ିଶାରେ ବର୍ଷା କମ୍ ରହିପାରେ।ଦକ୍ଷିଣ ଓଡ଼ିଶାର କୋରାପୁଟ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ଗଜପତି ଜିଲ୍ଲାରେ ସ୍ବାଭାବିକଠାରୁ ସାମାନ୍ୟ ଅଧିକ ବର୍ଷା ହୋଇପାରେ। ବାଲେଶ୍ବର, ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ସ୍ବାଭାବିକଠାରୁ ବହୁତ କମ୍‌ ରହିବ।

ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଅନୁଗୁଳ ଜିଲ୍ଲାର ଅଳ୍ପ କିଛି ସ୍ଥାନରେ ସ୍ବାଭାବିକ ବର୍ଷା ହେବ। କେବଳ ଓଡ଼ିଶା ନୁହେଁ, ସାରା ଦେଶରେ ଅଗଷ୍ଟ ଓ ସେପ୍ଟେମ୍ବର ମାସରେ ଦେଶରେ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇପାରେ।ରବିବାର (ଅଗଷ୍ଟ ୨) ଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିପାରେ। ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇପାରେ। ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ଅଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୪ରୁ ୬ ତାରିଖ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।ଏହି ଖବର ଅନ୍ୟଙ୍କୁ ସେୟାର କରନ୍ତୁ

Dailyhunt
Disclaimer: This content has not been generated, created or edited by Dailyhunt. Publisher: Madhulekha