ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ ସଂସ୍ଥା ଅନୁଯାୟୀ, ସ୍ଥାନୀୟ ସମୟ ଅନୁସାରେ ସକାଳ ୧୧ଟା ୪୮ରେ ଆଓମୋରିର ପ୍ରଶାନ୍ତ ମହାସାଗରୀୟ ଉପକୂଳରୁ ପ୍ରାୟ ୮୦ କିଲୋମିଟର ଗଭୀରତାରେ ଭୂମିକମ୍ପ ହୋଇଥିଲା।ଭୂମିକମ୍ପ ପରେ କୌଣସି ସୁନାମି ଚେତାବନୀ ଜାରି କରାଯାଇ ନାହିଁ ।
ଯାହା ଫଳରେ ଉପକୂଳବର୍ତ୍ତୀ ଅଞ୍ଚଳରେ ରହୁଥିବା ଲୋକମାନେ ଆଶ୍ୱସ୍ତିର ନିଶ୍ୱାସ ନେଇଛନ୍ତି।ଭୂମିକମ୍ପର କେନ୍ଦ୍ରସ୍ଥଳ ୪୧.୩ ଡିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୧୪୨.୦ ଡିଗ୍ରୀ ପୂର୍ବ ଦ୍ରାଘିମାରେ ଅବସ୍ଥିତ ଥିଲା । ୪ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନ ୪:୨୭ ମିନିଟରେ କୁମାମୋଟୋ ପ୍ରଦେଶରେ ଏକ ଶକ୍ତିଶାଳୀ ଏବଂ ବିନାଶକାରୀ ଭୂମିକମ୍ପ ହୋଇଥିଲା,ଯେଉଁଥିରେ ୩୫ ଜଣଙ୍କର ମୃତ୍ୟୁ ଘଟିଥିଲା।

