Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ କହିଲେ ରାଜସ୍ବ ମନ୍ତ୍ରୀ

କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ କହିଲେ ରାଜସ୍ବ ମନ୍ତ୍ରୀ

Madhulekha 5 hrs ago

ଖୁବଶୀଘ୍ର ରାଜ୍ୟ ମନ୍ତ୍ରୀମଣ୍ଡଳର ହୋଇପାରେ ପରିବର୍ତ୍ତନ । ନୂଆ ଆସିବେ, ହଟିପାରନ୍ତି ପୁରୁଣା । ଦୀର୍ଘ ଦିନ ଧରି ଚାଲୁଥିବା ରାଜ୍ୟ ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ମନ୍ତ୍ରୀ ଦେଇଛନ୍ତି ବଡ଼ ବୟାନ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ତଥା ରାଜ୍ୟସଭା ସାଂସଦ ମନମୋହନ ସାମଲ ଦିଲ୍ଲୀ ଗସ୍ତ ଅଛନ୍ତି । ଉଭୟଙ୍କ ଦିଲ୍ଲୀ ଗସ୍ତ ନେଇ ବିଜେପି ଶିବିରରେ ବିଭିନ୍ନ ଚର୍ଚ୍ଚା ଶୁଣିବାକୁ ମିଳୁଛି ।

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ସହ ନିଗମ ଏବଂ ବୋର୍ଡ ଅଧ୍ୟକ୍ଷ ଚୟନ ନେଇ କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଆଲୋଚନା କରିବାକୁ ଉଭୟ ଦିଲ୍ଲୀ ଗସ୍ତ କରିଥିବା ଚର୍ଚ୍ଚା ହେଉଛି ।ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, କୌଣସି ବି ମୂହୁର୍ତ୍ତରେ ରାଜ୍ୟ ମନ୍ତ୍ରୀମଣ୍ଡଳରେ ସମ୍ପ୍ରସାରଣ ହୋଇପାରେ । କେବଳ ସମ୍ପ୍ରସାରଣ ବିଷୟ ନୁହେଁ, ତାହା ସହିତ ନିଗମ ବୋର୍ଡ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇସାରିଛି | ଦଳ ଓ ସରକାର ଏହାରି ଭିତରେ ଚୟନ ପ୍ରକ୍ରିୟା ଆରମ୍ଭ କରିସାରିଛନ୍ତି | ସମ୍ଭବତଃ ଖୁବଶୀଘ୍ର ଏହା ଶେଷ ହେବ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Madhulekha