Dailyhunt
ଓଡ଼ିଆ ଭାଷାରେ ନାମ ଫଳକ ନ ରହିଲେ ହେବ ଆକ୍ସନ

ଓଡ଼ିଆ ଭାଷାରେ ନାମ ଫଳକ ନ ରହିଲେ ହେବ ଆକ୍ସନ

Madhulekha 3 weeks ago

ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନର ନାମ ଫଳକ ଓଡ଼ିଆ ଭାଷାରେ ନିର୍ଭୁଲ ଏବଂ ସ୍ପଷ୍ଟ ଭାବେ ଲେଖିବା ଏଣିକି ବାଧ୍ୟତାମୂଳକ। ଯଦି ନ ଲେଖିବେ ତେବେ ଆଇନର ଧାରା ୩୫ ଅନୁଯାୟୀ ଦଣ୍ଡିତ ହେବେ। ଓଡ଼ିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ଦ୍ୱାରା ଏହାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ କୁହାଯାଇଛି।ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନର ନାମ ଫଳକ ଓଡ଼ିଆ ଭାଷାରେ ନିର୍ଭୁଲ ଏବଂ ସ୍ପଷ୍ଟ ଭାବେ ଲେଖିବା ଏଣିକି ବାଧ୍ୟତା ମୂଳକ ହୋଇଛି ।

ଯଦି କୌଣସି ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନ ଓଡ଼ିଆରେ ନାମଫଳକ ନଲେଖନ୍ତି, ତେବେ ସେହି ପ୍ରତିଷ୍ଠାନର ମାଲିକଙ୍କୁ ପ୍ରଥମଥର ନିୟମ ଉଲ୍ଲଂଘନ ପାଇଁ ଅତିକମ୍ ରେ ୫ ହଜାର ଟଙ୍କାରୁ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ। ସେହିପରି ଦ୍ୱିତୀୟ କିମ୍ବା ପରବର୍ତ୍ତୀ ଥର ଉଲ୍ଲଂଘନ ପାଇଁ ଅତିକମ୍ ରେ ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡ଼ିବ।

ଯଦି କୌଣସି ପ୍ରତିଷ୍ଠାନରେ ଏହିଭଳି ନାମ ଫଳକ ସ୍ପଷ୍ଟ ଭାବେ ଲେଖା ହୋଇନଥିବ ତେବେ ଯେକେହି ବି ତୁରନ୍ତ ସ୍ଥାନୀୟ ଶ୍ରମ ଅଧିକାରୀ କିମ୍ବା ଶ୍ରମ କାର୍ଯ୍ୟାଳୟରେ ଅଭିଯୋଗ ଦାଖଲ କରିବା ପାଇଁ ବିଭାଗ ପକ୍ଷରୁ କୁହାଯାଇଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Madhulekha