Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ବର୍ଷକୁ ମାତ୍ର ଥରେ ସୁନାକୂଅ ଜଳରେ ସ୍ନାନ କରନ୍ତି ଚତୁର୍ଦ୍ଧାମୂର୍ତ୍ତି, ଜାଣନ୍ତୁ ଏହି ରହସ୍ୟମୟ କୂପ ବିଷୟରେ

ବର୍ଷକୁ ମାତ୍ର ଥରେ ସୁନାକୂଅ ଜଳରେ ସ୍ନାନ କରନ୍ତି ଚତୁର୍ଦ୍ଧାମୂର୍ତ୍ତି, ଜାଣନ୍ତୁ ଏହି ରହସ୍ୟମୟ କୂପ ବିଷୟରେ

Mo Odisha News 1 week ago

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ପାଇଁ ସମସ୍ତେ ଚଳଚଞ୍ଚଳ ହୋଇଉଠନ୍ତି । ଭକ୍ତିମୟ ପରିବେଶ ଭିତରେ ସମସ୍ତଙ୍କୁ ଦର୍ଶନ ଦିଅନ୍ତି ମହାବାହୁ । ଲୋକାରଣ୍ୟ ଶ୍ରୀକ୍ଷେତ୍ର । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି ।

ତେବେ ଏହି ଜଳ ଗୋଟିଏ ବର୍ଷ ପୂର୍ବରୁ ଗଚ୍ଛିତ ହୋଇ ରଖାଯାଇଥାଏ । କୁହାଯାଏ ଏହି ଜଳ ଯେଉଁ ସ୍ଥାନରୁ ଆସିଥାଏ ତାହାର ନାମ 'ସୁନା କୂଅ' ।

ତେବେ ଏହିଠାରୁ ହିଁ ଠାକୁରଙ୍କ ଲାଗି ପାଣି ଯାଇଥାଏ । ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ୩୫ ଗରା ସୁବାସିତ ଜଳ , ପ୍ରଭୁ ବଳଭଦ୍ରଙ୍କୁ ୩୩ ଗରା ଏବଂ ଦେବୀ ସୁଭଦ୍ରାଙ୍କୁ ୨୨ ଗରା ଏବଂ ଚକ୍ରରାଜ ପ୍ରଭୁ ଶ୍ରୀ ସୁଦର୍ଶନଙ୍କୁ ୧୮ ଗରା ସୁବାସିତ ଜଳରେ ସ୍ନାନ କରାଯାଏ ଏବଂ ଏହି ଦିନ ଗଜାନନ ବେଶରେ ପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଇଥାଆନ୍ତି ।

ଏହି ସୁନାକୂଅ କେଉଁଠି ଅଛି ? ଏହା ପଛର କଣ ରହିଛି କିମ୍ବଦନ୍ତୀ :

ଶ୍ରୀମନ୍ଦିର ଭିତରେ ଅନେକ କୂଅ ରହିଛି । ତେବେ ଶ୍ରୀମନ୍ଦିର ଉତ୍ତର ଦ୍ଵାର ନିକଟରେ ଥିବା ମା' ଶୀତଳା ସମ୍ମୁଖ ଭାଗରେ ଯେଉଁ କୂଅ ରହିଛି ତାହାକୁ ସୁନା କୂଅ କୁହାଯାଏ । ଏହା ବର୍ଷ ସାରା ଆବୃତ ହୋଇ ରହିଥାଏ । ଏହି କୂପର ଜଳ ବର୍ଷ ସାରା କୌଣସି କାର୍ଯ୍ଯରେ ବ୍ୟବହାର ହୁଏନି । କେବଳ ମହାପ୍ରଭୁଙ୍କ ସ୍ନାନ ଯାତ୍ରାରେ ଏହି କୂପ ଜଳରେ ଚତୁର୍ଦ୍ଧାମୂର୍ତ୍ତୀ ସ୍ନାନ କରିଥାନ୍ତି ସ୍ନାନ ମଣ୍ଡପରେ ।

ବର୍ଷକୁ ମାତ୍ର ଥରେ ବ୍ୟବହାର ହୁଏ

ପୁରୀ : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ଶ୍ରୀଜିଉଙ୍କ ସ୍ନାନଯାତ୍ରା ପାଇଁ ସମସ୍ତେ ଚଳଚଞ୍ଚଳ । ଭକ୍ତିମୟ ପରିବେଶ ଭିତରେ ସମସ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାବାହୁ । ଲୋକାରଣ୍ୟ ଶ୍ରୀକ୍ଷେତ୍ର । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି ।

ତେବେ ଏହି ଜଳ ଗୋଟିଏ ବର୍ଷ ପୂର୍ବରୁ ଗଚ୍ଛିତ ହୋଇ ରଖାଯାଇଥାଏ । କୁହାଯାଏ ଏହି ଜଳ ଯେଉଁ ସ୍ଥାନରୁ ଆସିଥାଏ ତାହାର ନାମ 'ସୁନା କୂଅ' । ତେବେ ଏହିଠାରୁ ହିଁ ଠାକୁରଙ୍କ ଲାଗି ପାଣି ଯାଇଥାଏ । ପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ୩୫ ଗରା ସୁବାସିତ ଜଳ , ପ୍ରଭୁ ବଳଭଦ୍ରଙ୍କୁ ୩୩ ଗରା ଏବଂ ଦେବୀ ସୁଭଦ୍ରାଙ୍କୁ ୨୨ ଗରା ଏବଂ ଚକ୍ରରାଜ ପ୍ରଭୁ ଶ୍ରୀ ସୁଦର୍ଶନଙ୍କୁ ୧୮ ଗରା ସୁବାସିତ ଜଳରେ ସ୍ନାନ କରାଯାଏ ଏବଂ ଏହି ଦିନ ଗଜାନନ ବେଶରେ ପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେଇଥାଆନ୍ତି ।

ବର୍ଷକୁ ମାତ୍ର ଥରେ ବ୍ୟବହାର ହୁଏ ସୁନାକୂଅର ଜଳ:

କୂଅର ନାମ ଯେଭଳି ନିଆରା ଏହି କୂଅର ଜଳ ମଧ୍ୟ ସେତିକି ସ୍ବତନ୍ତ୍ର । କେବଳ ବର୍ଷରେ ଥରେ ଏହି କୂପ ଜଳ କଢ଼ାଯାଇ ସ୍ନାନ ମଣ୍ଡପରେ ସ୍ନାନ ଯାତ୍ରା ଦିନ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ କରିଥାନ୍ତି । ତେବେ ବର୍ଷକୁ ଥରେ କାହିଁକି ଏହି କୂପ ଜଳ ବ୍ୟବହାର ହୁଏ, ଅନ୍ୟ କୌଣସି ଦିନରେ ଏହି ଜଳ କାହିଁକି ବ୍ୟବହାର ହୁଏ ନାହିଁ ତାହାର ନିର୍ଦ୍ଦିଷ୍ଟ ତଥ୍ୟ ନାହିଁ । ତେବେ କୁହାଯାଏ ସ୍ନାନ ପୂର୍ଣ୍ଣିମା ପୂର୍ବରୁ ଭାରତର ଥିବା ସବୁ ତୀର୍ଥ ଜଳ ଏହି କୂପକୁ ଆସିଥାଏ । ସ୍ନାନଯାତ୍ରା ସରିବା ପରେ ଏହି କୂପରୁ ସବୁ ତୀର୍ଥ ଜଳ ଅନ୍ତର୍ଦ୍ଧାନ ହୋଇଯାଆନ୍ତି । ଏଣୁ ଏହି କୂପର ଜଳକୁ ବର୍ଷକୁ ଗୋଟିଏ ଦିନ ସ୍ନାନଯାତ୍ରାରେ ମହାପ୍ରଭୁଙ୍କ ସ୍ନାନ ପାଇଁ ବ୍ୟବହାର ହୋଇଥାଏ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Mo Odisha