Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ମାଆ ମଝିଘରିଆଣି ଦେବୀଙ୍କ ଦାନ ହୁଣ୍ଡିରୁ ମିଳିଲା ୫୪ ଲକ୍ଷ

ମାଆ ମଝିଘରିଆଣି ଦେବୀଙ୍କ ଦାନ ହୁଣ୍ଡିରୁ ମିଳିଲା ୫୪ ଲକ୍ଷ

Mo Odisha News 2 weeks ago

ରାୟଗଡ଼ା : ମାଆ ମଝିଘରିଆଣି ଦେବୀଙ୍କ ଦାନ ହୁଣ୍ଡିରୁ ମିଳିଲା ୫୪ ଲକ୍ଷ । ରାୟଗଡ଼ା ଅଧିଷ୍ଠାତ୍ରୀ ଦେବୀ ମାଆ ମଝିଘରିଆଣୀ ମନ୍ଦିରର ଦାନ ହୁଣ୍ଡିର ଗଣତି ଶେଷ ହୋଇଛି । ଦୀର୍ଘ ଦଶ ଘଣ୍ଟା ପରେ ହୁଣ୍ଡିରୁ ନଗଦ ୫୪ ଲକ୍ଷ ୧୫ହଜାର ୯୦୨, ୧୭୬୪ ଗ୍ରାମ ରୂପା ଓ ୬୪ଗ୍ରାମ ସୁନା ବାହାରିବା ସହ ୧୧ଟି ବିଦେଶୀ ଓ ଅଚଳ ନୋଟ୍ ବାହାରିଛି । ମୋଟ ସଂଗ୍ରହ ଅର୍ଥ ମନ୍ଦୀର ପରିସରରୁ ମଝିଘରିଆଣୀ ଟ୍ରଷ୍ଟର ସ୍ବତନ୍ତ୍ର ବସରେ ରାୟଗଡା ୟୁନିଅନ ବ୍ୟାଙ୍କକୁ ସ୍ଥାନାନ୍ତର କରାଯାଇଛି ।

ଆଜିର ଗଣତି ପାଇଁ ସ୍ବେଚ୍ଛାସେବୀ ଅନୁଷ୍ଠାନର ପ୍ରାୟ ୧୦୦ ଜଣ ମହିଳା ସାମିଲ ହୋଇଥିଲେ । ଦାନ ହୁଣ୍ଡିରୁ ବାହାରିଥିବା ଅର୍ଥ ମନ୍ଦିରର ଉନ୍ନତି, ପରିଚାଳନା ସହ ବିଭିନ୍ନ ସାମାଜିକ କାର୍ଯ୍ୟରେ ଖର୍ଚ୍ଚ ହେବ ବୋଲି ମନ୍ଦିର ପରିଚାଳନା ଟ୍ରଷ୍ଟର ସଭାପତି ସୂଚନା ଦେଇଛନ୍ତି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Mo Odisha