Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଚିକିଟି ବ୍ଲକ ଅଧ୍ୟକ୍ଷ ଆପନା ସେଠୀଙ୍କ ପରଲୋକ: ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ

ଚିକିଟି ବ୍ଲକ ଅଧ୍ୟକ୍ଷ ଆପନା ସେଠୀଙ୍କ ପରଲୋକ: ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଚିକିଟି ବ୍ଲକ ଅଧ୍ୟକ୍ଷ ତଥା ବିଜୁ ଜନତା ଦଳର ବରିଷ୍ଠ ରାଜନେତା ଆପନା ସେଠୀଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

ଏକ ଶୋକ ବାର୍ତ୍ତାରେ ଶ୍ରୀ ପଟ୍ଟନାୟକ କହିଛନ୍ତି "ଆପନା ସେଠୀଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଜୁ ବାବୁଙ୍କ ସହଯୋଗୀ ତଥା ଜଣେ ସମର୍ପିତ କର୍ମୀ ଭାବେ ବିଜେଡି ପାଇଁ ସେ ଉତ୍ସର୍ଗୀକୃତ ଭାବେ କାମ କରିଛନ୍ତି।

ଆଞ୍ଚଳିକ ବିକାଶ ତଥା ସଂଗଠନକୁ ମଜଭୁତ କରିବାରେ ତାଙ୍କର ଅବଦାନ ସର୍ବଦା ଅବିସ୍ମରଣୀୟ ରହିବ।"

ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ନବୀନ ପଟ୍ଟନାୟକ ନିଜର ଗଭୀର ସମବେଦନା ଜଣାଇଛନ୍ତି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Nandi Ghosa TV