Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଝୁଲନ୍ତା ଅବସ୍ଥାରେ ନବବଧୂଙ୍କ ମୃତଦେହ ଉଦ୍ଧାର

ଝୁଲନ୍ତା ଅବସ୍ଥାରେ ନବବଧୂଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ବର: ପାଦରୁ ଅଳତା ଓ ହାତରୁ ମେହେନ୍ଦୀ ନ ଲିଭିବା ଆଗରୁ ସବୁଦିନ ପାଇଁ ଲିଭିଗଲା ନବବଧୂଙ୍କ ଜୀବନ ଦୀପ। ଏଭଳି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଧିନ ତରାପି ଗ୍ରାମରେ। ବେକରେ ରଶି ଲଗାଇ ଥିବା ଅବସ୍ଥାରେ ଘର ଭିତରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ଖୋର୍ଦ୍ଧା ପରବଳ ଗାଁର ପୂର୍ଣିମା ତରାଇ।

ଗତ ୨୭ ଏପ୍ରିଲରେ ତରାପି ଗାଁର ଗୁରୁଚରଣ ତାରାଇଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ତେବେ ଶଶ୍ବର ଘର ଲୋକେ ଏହାକୁ ଆତ୍ମହତ୍ୟା କହୁଥିବାବେଳେ ବାପଘର ଲୋକ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି। ଖବରପାଇ ଘଟଣାସ୍ଥଳରେ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Nandi Ghosa TV