Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
Low Pressure Forms over Bay of Bengal: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

Low Pressure Forms over Bay of Bengal: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

Nirvay News 2 weeks ago

ଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆହୁରି ସକ୍ରିୟ ହେବ ଲଘୁଚାପ । ସକ୍ରିୟ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ।

ଏହି ଲଘୁଚାପ କ୍ଷେତ୍ରର ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ରାଜ୍ୟର ଅନେକ ଅଞ୍ଚଳରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ଲଘୁଚାପ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହିତ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ଏବଂ ଝଡ଼ ପବନ (୪୦-୫୦ କିଲୋମିଟର କିମ୍ବା ତା'ଠାରୁ ଅଧିକ) ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Nirvay News