Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଆକ୍ସନ ମୋଡ୍‌ରେ ମୁଖ୍ୟମନ୍ତ୍ରୀ

ଆକ୍ସନ ମୋଡ୍‌ରେ ମୁଖ୍ୟମନ୍ତ୍ରୀ

ଡ଼ିଆ ନ୍ୟୁଜ୍: ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୂନ୍ୟ ସହନଶୀଳତା। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲା ବହିଷ୍କୃତ। ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ।ଭୁବନେଶ୍ୱରରେ ଥିବାବେଳେ ଅନିୟମିତତା ଅଭିଯୋଗ ଆସିଥିଲା। ତଦନ୍ତରେ ଅନିୟମିତତା ସ୍ପଷ୍ଟ ହେବା ପରେ ମୁଖ୍ୟମନ୍ତ୍ରୀଙ୍କ ଆକ୍ସନ।

ଚିତ୍ତରଂଜନ ପିଲ୍ଲା ପୂର୍ବରୁ ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ ଏବଂ ପରେ ଜଗତସିଂହପୁରରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରେ ଯୋଗଦେଇଥିଲେ।

ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଥିବାବେଳେ ତାଙ୍କର ଅନେକ ନିଷ୍ପତ୍ତିରେ ଅନିୟମିତତାର ତଥ୍ୟ ଆସିଥିଲା । ତାଙ୍କର ଜମିଜମା ସମ୍ପର୍କିତ ଅନେକ ନିଷ୍ପତ୍ତି ସମ୍ବନ୍ଧରେ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ଦ୍ୱାରା ତଦନ୍ତ କରାଯାଇଛି । ଏହି ତଦନ୍ତରୁ ବିଭିନ୍ନ ଅନିୟମିତତା ସ୍ପଷ୍ଟ ଭାବେ ପ୍ରକାଶ ପାଇଛି ।

ଏଥିପାଇଁ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ଅଧିକାରୀ ଚିତ୍ତରଞ୍ଜନ ପିଲ୍ଲାଙ୍କୁ ସରକାରୀ ସେବାରୁ ବରଖାସ୍ତ କରିଛନ୍ତି । ଦୁର୍ନୀତି ବିରୋଧରେ ଶୂନ୍ୟସହନଶୀଳତା ନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଆସିଛନ୍ତି । କୌଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅନେକ ସମୟରେ କହି ଆସିଛନ୍ତି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: Odia News