Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
୧୮ରୁ ଶ୍ରୀମନ୍ଦିରରେ ହେବ ବୈଷୟିକ ଯାଞ୍ଚ

୧୮ରୁ ଶ୍ରୀମନ୍ଦିରରେ ହେବ ବୈଷୟିକ ଯାଞ୍ଚ

ODIASpotNEWS 1 week ago

ପୁରୀ: ଜୁଲାଇ ୧୮ରୁ ଶ୍ରୀମନ୍ଦିରରେ ହେବ ବୈଷୟିକ ଯାଞ୍ଚ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ବୈଷୟିକ କମିଟି ସଦସ୍ୟ ଓ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣର ସଦସ୍ୟ ମାନେ ମିଳିତ ଯାଞ୍ଚ୍ କରିବେ। ଜୁଲାଇ ୧୮ ତାରିଖ ପୂର୍ବାହ୍ନ ୧୦ ଟା ୩୦ ରୁ ଏହି ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହେବ। ଏନେଇ ପୂର୍ତ୍ତ ବିଭାଗ ତରଫରୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସଂସ୍ଥା, ଏ ଏସ ଆଇକୁ ଚିଠି କରାଯାଇଛି।

ଯାଞ୍ଚ ପରେ ପର୍ଯ୍ୟବେକ୍ଷଣକୁ ନେଇ ଏକ ବୈଠକ ମଧ୍ୟ ଅନୁଷ୍ଠିତ ହେବ। ତେବେ ଏହା ଏକ ରୁଟିନ ଯାଞ୍ଚ୍ ପ୍ରକ୍ରିୟା। ପ୍ରତ୍ୟେକ ବର୍ଷ ମହାପ୍ରଭୁ ଶ୍ରୀଗୁଣ୍ଡିଚା ଯାତ୍ରା କରିବା ସମୟରେ ଶ୍ରୀମନ୍ଦିରରେ ଏହି ଯାଞ୍ଚ୍ ପ୍ରକ୍ରିୟା କରାଯାଇଥାଏ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODIA Spot NEWS