Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଆଜିଠାରୁ ଓଡ଼ିଶାରେ ବଢ଼ିବ ବର୍ଷା

ଆଜିଠାରୁ ଓଡ଼ିଶାରେ ବଢ଼ିବ ବର୍ଷା

ODIASpotNEWS 3 weeks ago

ଭୁବନେଶ୍ବର: ଆଜିଠାରୁ ଓଡ଼ିଶାରେ ବର୍ଷାର ପରିମାଣ ବଢି଼ବ । ଅଗଷ୍ଟ 8 ତାରିଖ ସକାଳ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ । ଏହାସହ ରାଜ୍ୟ ଉପରେ ମୌସୁମୀ ପ୍ରବାହ ଦୁର୍ବଳ ହେତୁ ବିଜୁଳିଘଡଘଡି ଜନିତ ପ୍ରଭାବ ବୃଦ୍ଧି ସମ୍ଭାବନା ରହିଛି । ଲଗାଣ ବର୍ଷା ପ୍ରଭାବରେ ନଦୀମାନଙ୍କରେ ଜଳସ୍ତର ବୃଦ୍ଧି ହେବାର ସମ୍ଭାବନା ରହିଛି ।

ଫଳରେ ବନ୍ୟା ସ୍ଥିତି ସଂଗୀନ ହେବାର ଆଶଙ୍କା ପ୍ରକାଶ ପାଇଛି ।

ବର୍ତ୍ତମାନ ଅବପାତଟି ସଦୃଶ ଲଘୁଚାପରେ ପରିଣତ ହୋଇ ଦକ୍ଷିଣ ପୁର୍ବ ରାଜସ୍ଥାନରେ ସକ୍ରିୟ ରହିଛି । ଏହାସହ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବା ବେଳେ ରାଜ୍ୟରେ କିଛି କିଛି ସ୍ଥାନରେ ବର୍ଷା ହେଉଥିବା ବେଳେ ଆଜିଠାରୁ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।ଆଜି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବ । ସେହିପରି ମାଲକାନଗିରି, କଳାହାଣ୍ଡି, ଗଜପତି, ଗଞ୍ଜାମ, ପୁରୀ, ଖୋରଧା, ନୟାଗଡ଼, କଟକ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡି ଓ 30-40 କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ଆସନ୍ତାକାଲି (ସୋମବାର) କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ସେହିପରି କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋରଧା, ନୟାଗଡ଼, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।4 ତାରିଖରୁ ଓଡ଼ିଶାରେ ବର୍ଷା ଆହୁରି ବଢ଼ବି । ପ୍ରବଳ ବର୍ଷା ପାଇଁ ରାୟଗଡ଼ା, ଗଜପତି, କଳାହାଣ୍ଡି, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିପରି ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ପାଇଁ ମାଲକାନଗିରି, କୋରାପୁଟ, ଗଞ୍ଜାମ, ପୁରୀ, ଖୋରଧା, ନୟାଗଡ଼, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଭଦ୍ରକ, ବାଲେଶ୍ବର, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODIA Spot NEWS