Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ଭୁଜାଲିରେ ଆକ୍ରମଣ, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଭୁଜାଲିରେ ଆକ୍ରମଣ, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ODIASpotNEWS 4 days ago

ବାଲେଶ୍ବର :ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଭୁଜାଲିରେ ଆକ୍ରମଣ। ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରି ବାଲେଶ୍ବର ହସପିଟାଲରେ ଭର୍ତ୍ତି କଲେ ସ୍ଥାନୀୟ ଲୋକେ। ଆସି ସକାଳୁ ଚିକିତ୍ସା ଅବସ୍ଥାରେ ଯୁବକର ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଜୁଣବଳଦା ଗ୍ରାମର ସଞ୍ଜିତ ମଲ୍ଲିକ। ଏହି ଘଟଣାରେ ବସ୍ତା ପୋଲିସ ୩ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।

ଗତକାଲି ରାତିରେ ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଜୁଣବଳଦା ନିକଟରେ ଯୁବକଙ୍କୁ ଭୁଜାଲିରେ ଆକ୍ରମଣ କରଥିଲେ ଦୁଇଜଣ ଯୁବକ। ଯୁବକଙ୍କ ପେଟ ଏବଂ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘତ ଲାଗିଥିଲା। ଆକ୍ରମଣ କରିଥିବା ଦୁଇଜଣଙ୍କ ମଧ୍ୟରୁ ଜଣକୁ କାବୁ କରି ପୋଲିସର ଜିମା ଦେଇଛନ୍ତି ସ୍ଥାନୀୟ ଲୋକେ। ଅଭିଯୁକ୍ତଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODIA Spot NEWS