Dailyhunt
ବିଧାନସଭା:  ମୁଁ ଥିଲା ପର୍ଯ୍ୟନ୍ତ ଓଡ଼ିଶାର ହକକୁ କେହି ବଞ୍ଚିତ କରିପାରିବେ ନାହିଁ:ନବୀନ

ବିଧାନସଭା: ମୁଁ ଥିଲା ପର୍ଯ୍ୟନ୍ତ ଓଡ଼ିଶାର ହକକୁ କେହି ବଞ୍ଚିତ କରିପାରିବେ ନାହିଁ:ନବୀନ

ODIASpotNEWS 2 weeks ago

ଭୁବନେଶ୍ଵର : ବିଧାନସଭାର ଦିନିକିଆ ସ୍ଵତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ମହାବିତର୍କ। ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ପ୍ରସଙ୍ଗରେ ମୋସନ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୃହ କାର୍ଯ୍ୟ ଆରମ୍ଭରୁ ଆଲୋଚନା ପାଇଁ ପ୍ରସ୍ତାବ ଆଣି ମୁଖ୍ୟମନ୍ତ୍ରୀ ତାଙ୍କର ବକ୍ତବ୍ୟ ରଖିଛନ୍ତି। ବିରୋଧୀଙ୍କୁ ଟାର୍ଗେଟ୍ କରିଛନ୍ତି।

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହାର ଜବାବ ରଖିଛନ୍ତି। ସେ କହିଛନ୍ତି ଯେ, ମହିଳା ସଂରକ୍ଷଣ ବିଲ୍ ଆସିବା ପୂର୍ବରୁ ମୁଁ ସ୍ଵତନ୍ତ୍ର ଅଧିବେଶନ ପାଇଁ ଚିଠି ଲେଖିଥିଲି। ଆଲୋଚନା ପାଇଁ ସରକାରଙ୍କୁ ଅନୁରୋଧ କରିଥିଲି। ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା କେନ୍ଦୁଝରରେ ମହିଳାଙ୍କ କଙ୍କାଳ ମାଟି ତଳୁ ବାହାର କରି ବ୍ୟାଙ୍କରେ ପ୍ରମାଣ ଦେବା କିଭଳି ମହିଳା ସଶକ୍ତିକରଣ। ଡବଲ ଇଞ୍ଜିନ ସରକାରରେ ବ୍ୟାଙ୍କ କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଛି। ଆମେରିକା ଲେଖିଲା ପର୍ଯ୍ୟଟକ ଓଡ଼ିଶା ଯାଆନ୍ତୁ ନାହିଁ ମହିଳା ଅସୁରକ୍ଷିତ। ବିଜୁ ବାବୁ ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ମହିଳାଙ୍କୁ ୩୩% ସଂରକ୍ଷଣ ଦେଇଥିଲେ। ୨୦୦୦ ମସିହାରେ ମୋ ସରକାର ୫୦% ସଂରକ୍ଷଣ ଦେଇଥିଲା। ମିଛ ଅପପ୍ରଚାର କରୁଛି ବିଜେପି। ମୁଁ ମୁଖ୍ୟମନ୍ତ୍ରୀଙ୍କୁ ଏବଂ ସମସ୍ତ ସଂସାଦଙ୍କୁ ଚିଠି ଲେଖିଛି। ସୀମା ନିର୍ଧାରଣ ବିଲ ରାଜ୍ୟର ରାଜନୈତିକ ଅଧିକାରୀ କମେଇବ।

ଏହି ସମୟରେ ନବୀନ କଟାକ୍ଷ କରି କହିଛନ୍ତି ଯେ, ମୋତେ ଓଡ଼ିଆରେ କହିବା ପାଇଁ କହୁଥିଲେ, ଏବେ ମୁଁ କହୁଛି ଶୁଣନ୍ତୁ। ଓଡ଼ିଶାବାସୀଙ୍କୁ ମୁଁ ଭରସା ଦେଉଛି ମୁଁ ଥିଲା ପର୍ଯ୍ୟନ୍ତ ଓଡ଼ିଶାର ହକକୁ କେହି ବଞ୍ଚିତ କରିପାରିବେ ନାହିଁ। ଓଡ଼ିଶାର ବିଜେପି ବିଧାୟକମାନେ ମହିଳାମାନଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି କାନ୍ଦଣା ବନ୍ଦ କରନ୍ତୁ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODIA Spot NEWS