ଭୁବନେଶ୍ୱର: ଶେଷରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି । ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। ନିଟ୍ ପ୍ରଶ୍ନପତ୍ର ନେଇ କକ୍ରୋଚ୍ ଜନତା ପାର୍ଟି ମାସେରୁ ଅଧିକ ଦିନ ଧରି ଆନ୍ଦୋଳନ ଚଳାଇବା ପରେ ଶନିବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ାରାଦେଶରେ ଛାତ୍ର ଆନେ୍ଦାଳନ ପରେ ଶ୍ରୀ ପ୍ରଧାନ ଇସ୍ତଫା ଦେଇଛନ୍ତି । ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ସେ ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ କରନ୍ତି।
ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ଇସ୍ତଫା ପତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ପଠାଇ ଦେଇଛନ୍ତି। ସୋସିଆଲ ମିଡିଆ ଜରିଆରେ ସେ ଏହି ସୂଚନା ଦେବା ସହ ଇସ୍ତଫାର କାରଣ ମଧ୍ୟ ଦର୍ଶାଇଛନ୍ତି।
ଧର୍ମେନ୍ଦ୍ର ପ୍ରଧାନ ନିଜ ଚିଠିରେ ଲେଖିଛନ୍ତି ଯେ, ବିଗତ ଚାରି ଦଶନ୍ଧି ଧରି ସେ ଶିକ୍ଷା ସଂସ୍କାର ପାଇଁ ସମର୍ପିତ ରହିଛନ୍ତି । ୩ ମେ' ୨୦୨୬ରେ ଅନୁଷ୍ଠିତ NEET ପରୀକ୍ଷାରେ ଅନିୟମିତତା ଅଭିଯୋଗ ଆସିବା ପରେ ସରକାର ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ମାମଲାର ତଦନ୍ତ ସିବିଆଇକୁ ଦିଆଯିବା ସହ ୨୧ ଜୁନରେ ପୁନଃ ପରୀକ୍ଷା କରାଯାଇଥିଲା । କିନ୍ତୁ କିଛି ଲୋକ ନିଜର ରାଜନୈତିକ ସ୍ୱାର୍ଥ ପାଇଁ ଛାତ୍ରଛାତ୍ରୀଙ୍କୁ ବିଭ୍ରାନ୍ତ କରିବା ତାଙ୍କୁ ଗଭୀର ଦୁଃଖ ଦେଇଛି।
ସେ ସ୍ପଷ୍ଟ କରିଛନ୍ତି ଯେ, ସେ ଚାହାଁନ୍ତି ନାହିଁ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଆଇନଗତ ବିବାଦ କିମ୍ବା ରାଜନୈତିକ ଟଣାଓଟରା ମଧ୍ୟରେ ଫସି ରହୁ । ଏହି ଭାବନା ରଖି ସେ ପଦ ତ୍ୟାଗ କରିଛନ୍ତି। ଶେଷରେ ସେ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ମାର୍ଗଦର୍ଶନ ପାଇଁ କୃତଜ୍ଞତା ଜଣାଇବା ସହ ଆଗକୁ ମଧ୍ୟ ଓଡ଼ିଶାର ଜନସାଧାରଣ ଏବଂ ଦେଶର ଯୁବପିଢ଼ିଙ୍କ ସେବା ପାଇଁ କାର୍ଯ୍ୟ ଜାରି ରଖିବେ ବୋଲି କହିଛନ୍ତି ।

