Dailyhunt
କଟକ ସହରରୁ ୫୯ ପଜିଟିଭ

କଟକ ସହରରୁ ୫୯ ପଜିଟିଭ

ODIASpotNEWS 5 years ago

କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୬, ହୋମ କ୍ୱାରେଣ୍ଟାଇନରୁ ୧ ଓ ୨ ଜଣ ଲୋକାଲ କେସ ବୋଲି ଜଣାଯାଇଛି । ଲୋକାଲ କଣ୍ଟାକ୍ଟରେ ଶଙ୍କରପୁର ଓ ନିମଚଉଡ଼ିରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ନିମଚଉଡ଼ି ଅଞ୍ଚଳର ଜଣେ ୩୦ ବର୍ଷୀୟ ମହିଳା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୟାନସର ହସ୍ପିଟାଲ ଲିଙ୍କରେ ଶଙ୍କରପୁରରେ ଜଣେ ଯୁବକ ଆକ୍ରାନ୍ତ ହୋଇଛନ୍ତି ।

ପ୍ରକାଶ ଯେ, ଶୁକ୍ରବାର ରାଜ୍ୟରେ ୫୬୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ୫୬୧ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୪୨୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଥିବା ବେଳେ ୧୩୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODIA Spot NEWS