Dailyhunt Logo
  • Light mode
    Follow system
    Dark mode
    • Play Story
    • App Story
ପଶ୍ଚିମ ଓଡ଼ିଶାରେ ତାତିରୁ ତ୍ରାହି ମିଳିବା ଆଶା କମ୍

ପଶ୍ଚିମ ଓଡ଼ିଶାରେ ତାତିରୁ ତ୍ରାହି ମିଳିବା ଆଶା କମ୍

ODIASpotNEWS 3 weeks ago

ଭୁବନେଶ୍ୱର: ରାଜ୍ୟରେ ତାତି କମିଛି । ଆଗକୁ ଆହୁରି କମିବ । କିନ୍ତୁ ଗରମ ଓ ଗୁଳୁଗୁଳି ଜାରି ରହିପାରେ । ପଶ୍ଚିମ ଓଡ଼ିଶାରେ ତାତିରୁ ତ୍ରାହି ମିଳିବା ଆଶା କମ୍ । ତେବେ କାଳବୈଶାଖୀ ପ୍ରଭାବରେ ବହୁ ସ୍ଥାନରେ ବର୍ଷା ହୋଇପାରେ ।

ଶନିବାର ପଶ୍ଚିମ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି ।

୫୦ରୁ ୬୦କିମି ବେଗରେ ପବନ ବହିପାରେ । ଏଥିପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କାଳବୈଶାଖୀ ପ୍ରଭାବରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।
୩୧ ତାରିଖ(ରବିବାର) ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪ ତାରିଖ ଯାଏ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହୋଇପାରେ ।

Dailyhunt
Disclaimer: This content has not been generated, created or edited by Dailyhunt. Publisher: ODIA Spot NEWS